୩ରୁ ୪ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି । ଓଡ଼ିଶାକୁ ମୌସୁମୀ ଆସିବା ପାଇଁ ବର୍ତ୍ତମାନ ପାଗ ଅନୁକୂଳ ରହିଛି। ମୌସୁମୀ ଓଡ଼ିଶା ଛୁଇଁବା ପରେ ଯେଉଁଭଳି ଭାବରେ ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି, ରାଜ୍ୟରେ ତାତିରୁ ନିସ୍ତାର ମିଳିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ସାଧାରଣତଃ ଜୁନ୍ ଦିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପ୍ରବେଶ କରିବ। ୯ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।
Powered by Froala Editor