ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ମୃତ

ଭୁବନେଶ୍ବର : ଅଜଣା ଗାଡି ଧକ୍କାରେ ଦୁଇ ମୃତ। ସିନ୍ଧେକେଲା ଥାନା ଜାମଖୁଣ୍ଟା ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ମେଡିକାଲରେ ମୃତ୍ୟୁବରଣ କରିଛନ୍ତି। ଆଉ ଦୁଇ ଯୁବକଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Powered by Froala Editor