ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିଲା

ଭୁବନେଶ୍ୱର: ଆଜି ସକାଳେ ମହାପ୍ରଭୁଙ୍କ ସକାଳ ମଙ୍ଗଳ ଆଳତି ସରିବା କ୍ଷଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର। ସବୁ ଦ୍ୱାର ଖୋଲିବା ପରେ ଭକ୍ତମାନେ ମନ୍ଦିର ପ୍ରବେଶ କରି ଠାକୁରଙ୍କୁ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂତନ ମନ୍ତ୍ରି ପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଛି ଶ୍ରୀମନ୍ଦିରର ୪ଦ୍ୱାର।
୪ ଦ୍ୱାର ଖୋଲିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ୪ ଦ୍ୱାର ଖୋଲାଯାଇଛି। ଦର୍ଶନ କରିବା ସହ ମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଥିଲୁ। ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନେବୁ।
କରୋନା ମହାମାରୀ ପରଠୁ ବନ୍ଦ ଥିବା ବ୍ୟବସ୍ଥାକୁ ଖୋଲିବାକୁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ବସିଥିବା କ୍ୟାବିନେଟରେ ନିଷ୍ପତ୍ତି ନେଇଥିଲା। ଯାହାକୁ ନିର୍ବାଚନ ପ୍ରଚାର ବେଳେ କହିଥିଲା ବିଜେପି, ଦାୟିତ୍ୱଗ୍ରହଣ କରିବାର ଘଣ୍ଟା କେଇଟା ମଧ୍ୟରେ ସେ ନେଇ ନିଷ୍ପତ୍ତି ନିଆ ହୋଇଛି। ଆଜି ସକାଳେ ମଙ୍ଗଳ ଆଳତି ପରେ ଶ୍ରଦ୍ଧାଳୁଙ୍କ ପାଇଁ ୪ ଦ୍ୱାରକୁ ଖୋଲା ଯାଇଛି।
Powered by Froala Editor