ଟ୍ରେନ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଲେ ଅଶ୍ୱିନୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଦାର୍ଜିଲିଂରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ମାରିଛି ମାଲବାହୀ ଟ୍ରେନ୍। ଦୁର୍ଘଟଣାରେ ଯାତ୍ରୀବାହୀ କାଞ୍ଚନଜଙ୍ଗା ଏକ୍ସପ୍ରେସର ତିନିଟି ବଗିର ବହୁ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଥିବା ବେଳେ ୫ ଜଣଙ୍କ ମତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଓଡ଼ିଆ ସ୍ପଷ୍ଟ ନୁ୍ୟଜ ଉଦ୍ଧାର କାର୍ୟ୍ୟ ଜାରି ରହିଥିବାରୁ ଆଗକୁ ଆହତ ଓ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି। ତେବେ ଏହି ଟ୍ରେନ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏଥିସହିତ ସେ କହିଛନ୍ତି ଯେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନଡିଆରଏଫ, ଏସଡିଆରଏଫ ଓ ରେଳବାଇର ସମନ୍ୱୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବରିଷ୍ଠ ଅଧିକାରୀଙ୍କୁ ତୁରନ୍ତ ଘଟଣାସ୍ଥଳକୁ ପଠାଯାଇଛି ବୋଲି ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।
ଅନ୍ୟପକ୍ଷରେ ରେଳବାଇ ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ସେଗୁଡ଼ିକ ହେଉଛି ୦୩୩-୨୩୫୦୮୭୯୪,୦୩୩-୨୩୮୩୩୩୨୬, ୦୩୬୧୨୭୩୧୬୨୧, ୦୩୬୧୨୭୩୧୬୨୨, ୦୩୬୧୨୭୩୧୬୨୩, ୦୩୬୭୪୨୬୩୯୫୮, ୦୩୬୭୪୨୬୩୮୩୧, ୦୩୬୭୪୨୬୩୧୨୦ ।
Powered by Froala Editor