ଟ୍ରେନ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହତ ବ୍ୟକ୍ତି ମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ପ୍ରକାଶ ଯେ ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍ବାହୀ ଟ୍ରେନ୍ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍ର କିଛି ବଗି ଲାଇନ୍ଚ୍ୟୁତ ହୋଇଛି। ଦୁର୍ଘଟଣାକ୍ଷହ ମୋଟ ୮ ଜଣଙ୍କ ମୃତୁ୍ୟ ହୋଇଥିବା ୨୫ ଜଣ ଆହତ ହୋଇଥିବା ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନା କହିଛନ୍ତି ।ଓଡ଼ିଶା ସ୍ପଷ୍ଟ ନୁ୍ୟଜ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଥିବାବେଳେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଥିବାବେଳେ ରେଳମନ୍ତ୍ରୀ ଗୁରୁତରଙ୍କୁ ଅଢେ଼ଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ତେବେ ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନା କହିଛନ୍ତି ଯେ ପ୍ରାଥମିକ ଅନୁସନ୍ଧାନରୁ ମାନବୀୟ ତ୍ରୁଟିରୁ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ସିଗନାଲ ମାନିନଥିବାରୁ ଟ୍ରେନ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ତେବେ ଉଦ୍ଧାର କାର୍ଯ୍ୟ ସରିଛି । ଦୁର୍ଘଟଣାକ୍ଷହ ମୋଟ ୮ ଜଣଙ୍କ ମୃତୁ୍ୟ ହୋଇଥିବା ୨୫ ଜଣ ଆହତ ହୋଇଥିବା ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନା କହିଛନ୍ତି ।
Powered by Froala Editor