ଭର୍ତ୍ତୃହରି ଲୋକସଭାର କାମଚଳା ବାଚସ୍ପତି
କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି। କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ଲୋକସଭା ବାଚସ୍ପତି ନିର୍ବାଚନ ପର୍ଯ୍ୟନ୍ତ ସେ ବାଚସ୍ପତିଙ୍କ ଦାୟିତ୍ୱ ତୁଲାଇବେ। ଜୁନ୍ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ହେବ। ତା’ପୂର୍ବରୁ କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରି ମହତାବ ଲୋକସଭାକୁ ନିର୍ବାଚିତ ହୋଇଆସିଥିବା ଜନପ୍ରତିନିଧିମାନଙ୍କୁ ସାଂସଦ ଭାବେ ଶପଥ ପାଠ କରାଇବେ।
କଟକ ସାଂସଦ କ୍ଷେତ୍ରରୁ ସେ ଲୋକସଭାକୁ ଲଗାତାର ଭାବେ ୭ ଥର ନିର୍ବାଚିତ ହୋଇଛନ୍ତି । ବିଜେଡି ଟିକଟରେ ୬ଥର ଲୋକସଭାକୁ ନିର୍ବାଚିତ ହୋଇଥିବା ବେଳେ ୨୦୨୪ରେ ବିଜେପି ଟିକଟରେ କଲକ ଲୋକସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜେଡି ଛାଡ଼ି ବିଜେପିରେ ଯୋଗଦେଇଥିଲେ।
Powered by Froala Editor