ଯାମିନୀ ଷଢଙ୍ଗୀଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ଦାୟିତ୍ୱ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ପାରୁଲ ପଟୱାରୀଙ୍କୁ ନିଜର ହୋମଟାଉନ ରାଜସ୍ଥାନକୁ ଏଲଟିସି ଏଭେଲ କରିବା ପାଇଁ ଅନୁମତି ପ୍ରଦାନ କରାଯାଇଛି । ଯାହା ଫଳରେ ଶ୍ରୀମତୀ ଷଡ଼ଙ୍ଗୀଙ୍କୁ ଓସେପାର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଏକ ବିଜ୍ଞପ୍ତି ଜାରି ହୋଇଛି।
Powered by Froala Editor