ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ
ଭୁବନେଶ୍ୱର: ବାଲେଶ୍ୱର ପୌରାଞ୍ଚଳରେ କୋହଳ ହୋଇଛି କର୍ଫ୍ୟୁ। ଆଜିଠୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ। ସମସ୍ତ ସ୍କୁଲ କଲେଜ ଓ ଅଙ୍ଗନବାଡି କେନ୍ଦ୍ର ଖୋଲିବ। ଲ୍ୟାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆଜିଠାରୁ ମୋବାଇଲରେ ଇଣ୍ଟରନେଟର ସୁବିଧା ମିଳିବ।
ସେହିପରି ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ କର୍ଫ୍ୟୁ କୋହଳ ରହିବ। ଟାଉନ ଥାନା ଅଞ୍ଚଳରେ ସକାଳ ୫ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ କୋହଳ ରହିବ କର୍ଫ୍ୟୁ।ଏହି ଘଟଣାରେ ମୋଟ ୨୯ ଟି ମାମଲା ରୁଜୁ ହୋଇଥିବା ବେଳେ ଗିରଫ ସଂଖ୍ୟା ୮୯ରେ ପହଞ୍ଚଛି।
ସୂଚନାଯୋଗ୍ୟ, କିଛିଦିନ ତଳେ ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ।ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା।
Powered by Froala Editor