କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ। କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଛନ୍ତି।
ଏହାପରେ ସେ ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇଛନ୍ତି। ଆଜି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିବାର କାର୍ୟ୍ୟକ୍ରମ ରହିଛି। ଅବଶିଷ୍ଟ ସାଂସଦ ଆସନ୍ତାକାଲି ଶପଥ ନେବେ। ପରେ ୨୬ ତାରିଖରେ ହେବ ବାଚସ୍ପତି ନିର୍ବାଚନ।
Powered by Froala Editor