କାଲିଠୁ ବଢିବ ବର୍ଷା: ଏହିସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା। ୨୭ରେ ମଧ୍ୟ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ଯାଏଁ ବର୍ଷା ନେଇ କେତେକ ସ୍ଥାନକୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ଠାରୁ ଅନେକ ସ୍ଥାନରେ ବର୍ଷାର ପରିମାଣ ବଢିବ। ରାୟଗଡା ଓ ସୁନ୍ଦରଗଡ ଜିଲାରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
Powered by Froala Editor