ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ

ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍ ଲାଇଟ୍। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ।
ମନ୍ତ୍ରୀ କହିଛନ୍ତି ଯେ, ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏଣେ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ହେବନି ବୋଲି ବି ମନ୍ତ୍ରୀ କହିଛନ୍ତି। ଟ୍ୱିନ୍ ସିଟିରେ ଚାଲୁ ରହିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ ବୋଲି କହିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି।
Powered by Froala Editor