ଭାଲୁ ଆକ୍ରମଣରେ ୨ ଗୁରୁତର
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବ୍ରାହ୍ମଣିଆ ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି । ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନେ ହେଲେ ଧରମା ନାୟକ ଓ ପବିତ୍ର ନାୟକ ।
ବୁଧବାର ଭୋର ସମୟରେ ଉଭୟ ଗାଁ ପାଖ ଜଙ୍ଗଲକୁ ଯାଇଥିଲେ । ଏହି ସମୟରେ ଏକ ଭାଲୁ ଅତର୍କିତ ଆକ୍ରମଣ କରିଥିଲା । ଏଥିରେ ଉଭୟ ଗୁରୁତର ଆହତ ହୋଇଛନ୍ତି । ଧରମାଙ୍କ ଡାହାଣ ଆଖି, ବାମ କାନ୍ଧରେ ଗଭୀର ଆଘାତ ଲାଗିଛି । ସେହିଭଳି ପବିତ୍ରଙ୍କ ବାମ ହାତ ଓ ବାମ ଗୋଡରେ ଗଭୀର କ୍ଷତ ସୃଷ୍ଟି ହୋଇଛି । ଗ୍ରାମବାସୀ ଉଭୟଙ୍କୁ ଉଦ୍ଧାର କରି ତୁରନ୍ତ ଦୁଇଟି ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଏବେ ସେଠାରେ ଉଭୟ ଚିକିତ୍ସାଧୀନ ଥିବା ବେଳେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଡାକ୍ତରଖାନା ସୂତ୍ରରୁ ପ୍ରକାଶ କରାଯାଇଛି ।
Powered by Froala Editor