ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର ଆରମ୍ଭ
ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର। ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୋହନ ଚରଣ ମାଝୀ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି।
ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ଦିନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ ପଡିବ। ଆଗ୍ରହୀ ବ୍ୟକ୍ତି ସେଠାରେ ଉପସ୍ଥିତ ରହି ନିଜ ପଞ୍ଜୀକରଣ କରାଇ ପାରିବେ।ଦିବ୍ୟାଙ୍ଗ, ମହିଳା ଓ ବୟସ୍କଙ୍କ ପାଇଁ ଶିବିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ପ୍ରାୟ ବର୍ଷକ ପରେ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଲୋକଙ୍କ ସବୁ ପ୍ରକାର ସମସ୍ୟାର ସମାଧାନ କରାଯିବ ବୋଲି ସୂଚନା ଦେଇଛନ୍ତି ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ।
Powered by Froala Editor