ଏଣିକି ଓଡ଼ିଆ ଭାଷାରେ ହେବ ସରକାରୀ କାମ
ଭୁବନେଶ୍ୱର: ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ୟ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନରେ ପହଞ୍ଚିବା ପରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ। ଏହାପରେ ମୁଖ୍ୟମନ୍ତ୍ରୀ ଆଜି ଠାରୁ ବିଧିବଦ୍ଧଭାବେ ଲୋକସେବା ଭବନରେ କାର୍ୟ୍ୟଭାର ସମ୍ଭାଳିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି । ଏଣିକି ସରକାରୀ କାମ ଓଡ଼ିଆ ଭାଷାରେ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ସେ କହିଛନ୍ତି ଯେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ । ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବ । ଭୌତିକ ପ୍ରଗତୀ ସହ ସାଂସ୍କୃତିକ ପ୍ରଗତରକୁ ଗୁରୁତ୍ୱ ଦିଆଯିବ । ଓଡ଼ିଆ ଭାଷାର ପ୍ରଚାରପ୍ରସାର ପାଇଁ କମିଶନ ଗଠନ ହେବ । ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର ହେବ । ଆବଶ୍ୟକ ପଡ଼ିଲେ ସରକାରୀ ଭାଷା ଆଇନରେ ସଂଶୋଧନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବ୍ରେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ । ପ୍ରତି ଜିଲ୍ଲାର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ। ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସରକାର ସଂକଳ୍ପବଦ୍ଧ ମୁଖ୍ୟମନ୍ତ୍ରୀ କହିଛନ୍ତି । ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାଗ ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଏଥିସହ ଅନୁବାଦ ଏକାଡେମୀ, ଓଡ଼ିଆ ଅସ୍ମିତା ଭବନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ। ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ୟ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାର୍ୟ୍ୟ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନରେ ପ୍ରବେଶ କରିଥିଲେ। ଏହା ପରେ କ୍ୟାବିନେଟ୍ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଥିଲେ। ଲୋକସେବା ଭବନରେ ବିଧିବଦ୍ଧ ଭାବରେ କାର୍ୟ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ।
ପ୍ରକାଶ ଯେ ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ୟ୍ୟାଳୟ ଖୋଲି କାମ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା। ଆଜି ସେହି ପ୍ରକୋଷ୍ଠକୁ ଯାଇଛନ୍ତି ମୋହନ ମାଝୀ।
Powered by Froala Editor