ଆସାମରେ ବନ୍ୟାରେ ୪୬ ମୃତ

ନୂଆଦିଲ୍ଲୀ: ବିଗୁଡ଼ିଛି ଆସାମରେ ବନ୍ୟା ସ୍ଥିତି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ୧୯ଟି ଜିଲ୍ଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ବ୍ରହ୍ମପୁତ୍ର ନଦୀର ଜଳସ୍ତର ଏବେ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହୋଇଥିବାରୁ ସ୍ଥିତି ଆହୁରି ବିଗିଡିବା ନେଇ ଆଶଙ୍କା କରାଯାଉଛି।ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ୟ୍ୟ ଜୋରସୋରରେ ଚାଲିଛି। ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ୱାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି।
Powered by Froala Editor