ନୀଳକନ୍ଦରରୁ ବଡ଼ାଦାଣ୍ଡକୁ ଓହ୍ଲାଇ ଆସିବେ ନୀଳାଦ୍ରିନାଥ
ପୁରୀ: ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି ମହାବାହୁ। ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ରଥାରୂଢ଼ ହୋଇ ଚତୁର୍ଦ୍ଧାବିଗ୍ରହ ଯିବେ ଗୁଣ୍ଡିଚା ମନ୍ଦିର। ନୀଳକନ୍ଦରରୁ ବଡ଼ାଦାଣ୍ଡକୁ ଓହ୍ଲାଇ ଆସିବେ ନୀଳାଦ୍ରିନାଥ। ଦାରୁଦିଅଁଙ୍କ ଆଗମନକୁ ସିଂହଦ୍ୱାରରେ ଅପେକ୍ଷା କରି ରହିଛନ୍ତି ତିନିରଥ। ରଥ ଉପରେ ଶ୍ରୀଜୀଉଙ୍କୁ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଗହଳଚହଳ।୫୩ ବର୍ଷ ପରେ ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ଯୋଗ ପଡ଼ିଛି । ଗୋଟିଏ ଦିନରେ ନେତ୍ର ଉତ୍ସବ, ନବଯୌବନ ଓ ଶ୍ରୀଗୁଣ୍ଡିଚା । ଏଥିପାଇଁ ସ୍ବତନ୍ତ୍ର ନୀତିକାନ୍ତି କରାଯାଇଛି । ରାତ୍ର ୨ ଟାରୁ ଦ୍ୱାର ଫିଟାଯାଇ ୨ ଟା ୪୦ ରେ ଦଶବତାର ଠାକୁର ବାହୁଡା଼ ବିଜେ, ୩ ଟାରେ ତାଟି ପିଠାଯାଇଥିଲା, ପ୍ରତ୍ୟୁଷ ୪ଟା ରେ ନେତ୍ରଉତ୍ସବ ବନ୍ଦାପନା, ୪ଟା ୪୫ରେ ଯାତ୍ରାଙ୍ଗୀ ମହାସ୍ନାନ କରାଯାଇଛି ।ଦିନ ୧୧ ଟାରେ ରଥ ପ୍ରତିଷ୍ଠା, ଦିନ ୧ ଟାରେ ମଙ୍ଗଳା ଅର୍ପଣ, ଗୋଟାଏ ୧୦ରେ ରେ ପହଣ୍ଡି ଆରମ୍ଭ ହୋଇ ୨ ଟା ୩୦ରେ ଶେଷ ହେବ । ୩ଟାରେ ଶ୍ରୀମଦନ ମୋହନ, ରାମକୃଷ୍ଣ ବିଜେ, ୪ ଟାରେ ଗଜପତି ମହାରାଜାଙ୍କ ଦ୍ୱାରା ଛେରାପହଁରା ପରେ ଚାରମାଳ ପିଟାହେବା ସହ ସାରଥୀ, ଘୋଡା ଲଗାଯିବ । ସନ୍ଧ୍ୟା ୫ ଟାରେ ରଥ ଟଣା କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ । ଚଳିତ ବର୍ଷ ଦୁଇଦିନ ହେବ ରଥଟଣା ।
Powered by Froala Editor