ଅତିରିକ୍ତ ଜିଲ୍ଲାପାଳଙ୍କ ବିୟୋଗରେ ଶୋକ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ନିଷ୍ଠାପର, ଦାୟିତ୍ଵ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କର୍ମରତ ଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲ ରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଦାସଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।
Powered by Froala Editor