Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

ରାଜ୍ୟ
Home ›› ରାଜ୍ୟ ››ୟୁନିଫର୍ମ ସର୍ଭିସ୍‌ରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ: ମୁଖ୍ୟମନ୍ତ୍ରୀ

ୟୁନିଫର୍ମ ସର୍ଭିସ୍‌ରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ: ମୁଖ୍ୟମନ୍ତ୍ରୀ

2024-07-13 09:29:22
14479
Share:
Facebook
Twitter
E-Mail
WhatsApp
Telegram
ୟୁନିଫର୍ମ ସର୍ଭିସ୍‌ରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୟୁନିଫର୍ମ ସର୍ଭିସ୍‌ରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣ ନାଗରିକ, ଆମର ମା, ଭଉଣୀ ଏବଂ ପିଲାମାନଙ୍କର ସୁରକ୍ଷା ଆମ ଉପରେ ନିର୍ଭର କରେ । ଏ କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ସହିତ ଉତ୍ତମ ବ୍ୟବହାର ପୋଲିସର ଭାବମୂର୍ତ୍ତିକୁ ଉଜ୍ଜଳ କରିବାରେ ସହାୟକ ହୁଏ। ୟୁନିଫର୍ମ ସର୍ଭିସକୁ  ଜନସାଧାରଣଙ୍କ ଉତ୍ସର୍ଗୀକୃତ ସେବାର ଏକ ପ୍ରତୀକ ଭାବେ ପ୍ରତିଫଳିତ କରିବା ପାଇଁ ଆପଣମାନଙ୍କୁ ସଦା ସର୍ବଦା ପ୍ରସ୍ତୁତ ରହିବାକୁ ପଡିବ।

ଆଜି ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀରେ ସଶସ୍ତ୍ର ପୋଲିସ ସବ୍‌ ଇନ୍‌ସପେକ୍ଟର ମାନଙ୍କ ପାସିଙ୍ଗ ଆଉଟ୍‌ ପ୍ୟାରେଡରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୋଲିସ ବାହିନୀକୁ ପରାମର୍ଶ ଦେଇଛନ୍ତି । ୧୧୩ ଜଣ ସଶସ୍ତ୍ର ପୋଲିସ ସବ୍‌ ଇନ୍‌ସପେକ୍ଟରଙ୍କ ପ୍ରଷିକ୍ଷଣ ସଂପୂର୍ଣ୍ଣ ହୋଇଛି ଏବଂ ସେମାନେ ଖୁବ ଶୀଘ୍ର କାର୍ୟ୍ୟରେ ଯୋଗ ଦେବେ ।ଏହି ଅବସରରେ ନିଜର ଅଭିଭାଷଣ ରଖି ସେ ସମସ୍ତ ଶିକ୍ଷାନବିଶ ଓ ସମସ୍ତ ପୋଲିସ ଅଧିକାରୀଙ୍କୁ ଦେଶ, ସମାଜ ଏବଂ ସାଧାରଣ ଲୋକମାନଙ୍କୁ ସଚ୍ଚୋଟତା ସହିତ ନିସ୍ଵାର୍ଥପର ସେବା କରିଵାକୁ ଆହ୍ଵାନ ଦେଇଥିଲେ।  ଆପଣମାନଙ୍କର ସମସ୍ତ କାର୍ୟ୍ୟରେ ସତ୍ୟ ଓ ନ୍ୟାୟ ମାର୍ଗଦର୍ଶକ ହୋଇ ରହିଥାଉ ବୋଲି ସେ କହିଥିଲେ। ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ  ଆଇନଶୃଙ୍ଖଳା ରକ୍ଷା ଓ ମାଓ ମୁକାବିଲା କ୍ଷେତ୍ରରେ କର୍ତ୍ତବ୍ୟରତ ଶହୀଦ ପୋଲିସ୍ କର୍ମଚାରୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ସେ କହିଥିଲେ ଯେ ଦୀର୍ଘଦିନର ଅବିଶ୍ରାନ୍ତ କଠିନ ପରିଶ୍ରମ ସହ ମୌଳିକ ତାଲିମ ସମ୍ପୂର୍ଣ୍ଣ କରି ୧୧୩ ଜଣ ସଶସ୍ତ୍ର ଶିକ୍ଷାନଵିଶ ପୋଲିସ୍ ସବ-ଇନସ୍ପେକ୍ଟର ଆଜି ପାସିଙ୍ଗ୍ ଆଉଟ କରୁଛନ୍ତି।   ଏହି ଅବସରରେ ସେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।ସେ କହିଥିଲେ ଯେ ଟ୍ରେନି ଅଫିସରମାନଙ୍କ ପିତାମାତା ଓ ପରିବାରର ସଦସ୍ୟମାନେ ସେମାନଙ୍କୁ ପୋଲିସ ସେବାରେ ଉତ୍ସର୍ଗୀକୃତ ହେବା କ୍ଷେତ୍ରରେ ନିରନ୍ତର ସମର୍ଥନ କରି ଆସିଛନ୍ତି । ସେଥିପାଇଁ ସେମାନେ ମଧ୍ୟ ଧନ୍ୟବାଦର ପାତ୍ର। ଏକାଡେମୀର ମୌଳିକ ତାଲିମ ଜରିଆରେ ଏହି ଅଧିକାରୀମାନେ ଯଥେଷ୍ଟ ବୃତ୍ତିଗତ ଜ୍ଞାନ କୌଶଳ ଓ ଦକ୍ଷତା ହାସଲ କରିଥିବେ। ଏହା ଆପଣଙ୍କର ଦୈନନ୍ଦିନ ସେବା କାର୍ୟ୍ୟରେ ଖୁବ୍ ସହାୟକ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ।ବହୁ ସଂଖ୍ୟକ ସୁରକ୍ଷା ବଳଙ୍କ ସହଯୋଗରେ କାର୍ୟ୍ୟ ସମ୍ପାଦନ କରିବା ପାଇଁ ଆପଣମାନଙ୍କୁ  ଦୃଢ ନେତୃତ୍ୱ ଓ ପରିଚାଳନାଗତ ଦକ୍ଷତା ପ୍ରଦର୍ଶନ କରିବାକୁ ପଡ଼ିବ । ନିଜ ଅଧୀନରେ କାର୍ୟ୍ୟରତ ସମସ୍ତ କର୍ମଚାରୀଙ୍କୁ ନିଜର ପରିବାର ସଦସ୍ୟ ଭାବରେ ବିବେଚନା କରିବା ସହିତ ସେମାନଙ୍କର କଲ୍ୟାଣ ପ୍ରତି ଯତ୍ନବାନ ହେବାକୁ ପଡିବ ବୋଲି ମଧ୍ୟ ସେ କହିଥିଲେ।ଆଜିଠାରୁ, ଆପଣମାନଙ୍କୁ  କଠିନରୁ କଠିନ ଆହ୍ଵାନ ପାଇଁ ପ୍ରସ୍ତୁତ ହେବା ଉଚିତ ଜ୍ଝ ଓଡିଶାର ସ୍ପେଶାଲ ଅପରେସନ୍ ଗ୍ରୁପ୍ ହେଉଛି ଦେଶର ମାଓବାଦୀ ମୁକାବିଲା ନିମନ୍ତେ ସବୁଠାରୁ ଉତ୍ତମ ଓ ଉଚ୍ଚକୋଟୀର ସୁରକ୍ଷା ବଳ । ଏହି ଅଧିକାରୀ ମାନଙ୍କ ଦକ୍ଷତା ମାଓବାଦୀ ବିରୋଧୀ ଅଭିଯାନରେ ଓଡିଶା ପୋଲିସକୁ ଆହୁରି ଗୈାରବାନ୍ୱିତ କରିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ। ବାମପନ୍ଥୀ ଉଗ୍ରବାଦରେ ଓଡିଶାର ସଫଳତା ବିଷୟରେ ଆଲୋକପାତ କରି ସେ କହିଲେ ଯେ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ  ଶ୍ରୀ ନରେନ୍ଦ୍ର ମୋଦିଜୀ ଓ ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଜୀଙ୍କ ଦିଶା ନିର୍ଦ୍ଦେଶରେ ଓ ଭାରତ ସରକାରଙ୍କ ଅକୁଣ୍ଠ ସହଯୋଗରେ ବାମପନ୍ଥୀ ଉଗ୍ରବାଦ ମୁକାବିଲାରେ ଓଡିଶା ପୋଲିସ୍ ସଫଳତାର ସହ ଉତ୍ତମ ପ୍ରଦର୍ଶନ କରି ଆସୁଛି । ମାଓବାଦୀଙ୍କ ବିସ୍ତାର ଏବଂ ପ୍ରଭାବ ହ୍ରାସ ପାଇଛି । କିନ୍ତୁ ତଥାପି ଆହ୍ଵାନ ରହିଛି । ପୋଲିସ ବାହିନୀ ନିଜର କାର୍ୟ୍ୟ ଦକ୍ଷତା ବଳରେ ଏହି ମାଓ ମୁକାବିଲାର ନେତୃତ୍ୱ ନେଇ ଆମ ରାଜ୍ୟକୁ ମାଓମୁକ୍ତ କରିଵେ ବୋଲି ସେ ଦୃଢ ଆଶା ପ୍ରକାଶ କରିଥିଲେ ଜ୍ଝ ମାଓ ମୁକାବିଲା କ୍ଷେତ୍ରରେ ଆମ ସରକାରଙ୍କର ସମ୍ପୂର୍ଣ୍ଣ ସହଯୋଗ ରହିବ ବୋଲି ସେ କହିଥିଲେ।  ପୋଲିସ୍୍ର ଆଧୁନିକୀକରଣ ଓ ପୋଲିସ୍ ବ୍ୟବସ୍ଥାର ସଂସ୍କାର ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରକାଶ କରିବା ସହିତ ପୋଲିସ୍ କର୍ମଚାରୀଙ୍କ ବିଭିନ୍ନ ଅଭାବ ଅସୁବିଧା ସମ୍ପର୍କରେ ମୋ ସରକାର ଅବଗତ ଅଛନ୍ତି ବୋଲି ସେ କହିଥିଲେ। ପୋଲିସ୍ ପାଇଁ କଲ୍ୟାଣମୂଳକ ପଦକ୍ଷେପ ନେବାପାଇଁ  ଓଡିଶା ସରକାର ଯତ୍ନବାନ ରହିବେ । ଏହାସହିତ  ଲୋକବଳ ଅଭାବ ଦୂର କରିବାପାଇଁ ଆମେ ଆବଶ୍ୟକ  ପଦକ୍ଷେପ ନିଆଯିବ । ପୋଲିସ୍ ପ୍ରଶିକ୍ଷଣକୁ ଆହୁରି ଗତିଶୀଳ ଓ ଲୋକାଭିମୁଖୀ କରିବା ପାଇଁ ସରକାର ଆଗାମୀ ଦିନରେ ବିଭିନ୍ନ ସାହାଯ୍ୟ ଓ ପ୍ରୋତ୍ସାହନ ଦେବେ ବୋଲି ସେ କହିଥିଲେ। 

 

ନୂତନ ଅପରାଧିକ ଆଇନ ଉପରେ ଆଲୋକପାତ କରି ସେ କହିଲେ ଯେ ଦେଢଶହ ବର୍ଷର ଔପନିବେଶବାଦର ମାନସିକତାକୁ ପ୍ରୋତ୍ସାହନ ଦେଉଥିବା ବ୍ରିଟିଶ ଅମଳର ଅପରାଧିକ ଆଇନକୁ ପରିବର୍ତ୍ତନକରି ମୋଦୀଜୀଙ୍କ ସରକାର ନୂତନ ଭାରତର ନୂତନ ଆଇନ୍, ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ ପ୍ରଚଳନ କରି ଅପରାଧିକ ଆଇନ୍ କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଛନ୍ତି । ନ୍ୟାୟ ଓ ନାଗରିକକୁ ପ୍ରାଧାନ୍ୟ ଦିଆଯାଇ ଏହି ନୂତନ ଆଇନ୍ ଆଗାମୀ ଦିନରେ ଲୋକଙ୍କୁ  ନ୍ୟାୟ ଦେବାରେ ସହାୟକ ହେବ ।  

ପୋଲିସ୍ ଟ୍ରେନିଂ ଆପଣଙ୍କୁ ନୈତିକତା, ଅଖଣ୍ଡତା, ପ୍ରତିବଦ୍ଧତା ଏବଂ ମାନବ ସମାଜ ପ୍ରତି ଦୟା ଓ ସମ୍ବେଦନଶୀଳତାର ଶିକ୍ଷା ପ୍ରଦାନ କରେ। ଏହାସହିତ ଆପଣଙ୍କୁ ଜଣେ କଠିନ ଏବଂ ବୃତ୍ତିଗତ ପୋଲିସ୍ ଅଧିକାରୀ ଭାବରେ ବିକଶିତ କରିବା ମଧ୍ୟ ନିହାତି ଆବଶ୍ୟକ ବୋଲି ସେ ମତ ଦେଇଥିଲେ ।୨୦୨୧-୨୨ ମସିହାରେ ଦେଶର ସର୍ବଶ୍ରେଷ୍ଠ ପୋଲିସ୍ ପ୍ରଶିକ୍ଷଣ ପ୍ରତିଷ୍ଠାନ ଭାବରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଟ୍ରଫି ହାସଲ କରି ଏହି ଏକାଡେମୀ ଜାତୀୟ ସ୍ତରରେ ଗୌରବ ଅର୍ଜନ କରିଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ ।   ଏହାସହିତ  ତିନି ଗୋଟି ନୂଆ ଆଇନର ପ୍ରଚଳନ ଓ କାର୍ୟ୍ୟକାରିତା ଦିଗରେ ରାଜ୍ୟ ପୋଲିସ ଏକାଡେମୀ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିଥିବାରୁ ସେ ଗଭୀର ଖୁସି ପ୍ରକାଶ କରିବା ସହିତ ଏକାଡେମୀର ସମସ୍ତ ପ୍ରଶିକ୍ଷକ ମାନଙ୍କୁ ଧନ୍ୟବାଦ ଦେଇଥିଲେ।  

କାର୍ୟ୍ୟକ୍ରମରେ ଯୋଗ ଦେଇ ପୋଲିସ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଢ଼ଙ୍ଗୀ ଟ୍ରେନି ଅଫିସର ମାନଙ୍କ ଉଚ୍ଚପ୍ରଶଂସା କରିଥିଲେ। ପୁରୀ ରଥଯାତ୍ରା, ଭଦ୍ରକ ହନୁମାନ ଜୟନ୍ତୀ, ନିର୍ବାଚନ ଦାୟିତ୍ବ ଏବଂ ଆଉ ଅନେକ ସମୟର ପ୍ରାକ୍ଟିକାଲ ଟ୍ରେନିଂ ସମୟରେ ସେମାନେ ଯେଉଁ ନିଷ୍ଠା ଓ ଅନୁଶାସନ ଦେଖାଇଥିଲେ, ଶ୍ରୀ ଷଡଙ୍ଗୀ ତାର ଭୂୟସୀ ପ୍ରଶଂସା କରିବା ସହିତ ଆଗାମୀ ଦିନରେ ସେମାନେ ଜଣେ ଜଣେ ଭଲ ଅଫିସର ହୋଇ ସୁନାମ କରିବେ ବୋଲି ଆଶାପ୍ରକାଶ କରିଥିଲେ । ନୂଆ ସରକାରଙ୍କ ଭାବଧାରା ଓ କାର୍ୟ୍ୟ ପ୍ରଣାଳୀକୁ ଲୋକଙ୍କ ପାଖରେ ପହଞ୍ଚାଇବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଉପଦେଶ ପୋଲିସ ବାହିନୀ ନିଷ୍ଠାର ସହ ପାଳନ କରିବ ବୋଲି ସେ ପ୍ରତିଶୃତି ଦେଇଥିଲେ ।

Powered by Froala Editor

Tags Mohan majhi

Related articles Odisha News Lens 4.1

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14799
    Jul 03, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13547
    Jul 03, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14705
    Jul 04, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15886
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14696
    Jul 03, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15510
    Jul 04, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13617
    Jul 04, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15403
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14984
    Jul 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ଉଦ୍ଧବ ଠାକ୍‌ରେ

    14705
    Jul 04, 2026
  • ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13547
    Jul 03, 2026
  • ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13617
    Jul 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14799
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14538
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14306
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15925
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15798
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15708
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15510
    Jul 04, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13617
    Jul 04, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15403
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In