ବାହୁଡ଼ା ଯାତ୍ରା: ଲୋକଙ୍କୁ ଭେଟି ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ନିବେଦନ କଲେ ସୂର୍ୟ୍ୟବଂଶୀ ସୁରଜ
ଭୁବନେଶ୍ୱର: ବାହୁଡ଼ା ଯାତ୍ରା ଶୃଙ୍ଖଳିତ ପାଇଁ ସ୍ଥିତି ଅନୁଧ୍ୟାନ କରିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜ । ପୋଲିସ ଅଧିକାରୀ ଏବଂ ସେବାୟତଙ୍କ ସହ କରିଛନ୍ତି ଆଲୋଚନା । ସାଧାରଣ ଲୋକଙ୍କୁ ଭେଟି ଶାନ୍ତି ଶୃଙ୍ଖଳା ରଖିବା ପାଇଁ ନିବେଦନ କରିଛନ୍ତି । ବାହୁଡ଼ା ଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ଯାହା ଏସଓପି କରାଯାଇଛି, ତାକୁ ସମସ୍ତେ ପାଳନ କରିବା ଆବଶ୍ୟକ ।
ସେ ସେବାୟତ ହୁଅନ୍ତୁ ବା ଭକ୍ତ ସମସ୍ତେ ପ୍ରଶାସନକୁ ସହଯୋଗ କରିବାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ନୀଳାଦ୍ରି ବିଜେ ପର୍ୟ୍ୟନ୍ତ ଆମେ ଉପସ୍ଥିତ ରହିବୁ । ନିତିକାନ୍ତି ଶୃଙ୍ଖଳିତ ହେବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜ ।
Powered by Froala Editor