ଆଜି ସୁନାରେ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି
ପୁରୀ: ଆଜି ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି। ୩ ରଥ ଉପରେ ଦୈନନ୍ଦିନ ନୀତିକାନ୍ତି ପରେ ଅପରାହ୍ନରେ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଦର୍ଶନ ଦେବେ ରଥାରୂଢ଼ ୩ ଠାକୁର। ସକାଳ ୬ଟାରୁ ମଙ୍ଗଳ ଆଳତି ନୀତି ହୋଇଥିବା ବେଳେ ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି ହେବ। ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ହେବ। ଆଉ ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ହେବ ସୁନାବେଶ।
ରାତି ୧୦ଟା କିମ୍ବା ୧୧ଟା ଯାଏଁ ଏହି ଦୁର୍ଲଭ ବେଶ ଦର୍ଶନର ସୁଯୋଗ ପାଇବେ ଶ୍ରଦ୍ଧାଳୁ। ମହାପ୍ରଭୁଙ୍କ ସୁନା ବେଶରେ ବ୍ୟବହୃତ ଅଳଙ୍କାର ସବୁ ଗତ ୧୪ ତାରିଖରେ ଅସ୍ଥାୟୀ ବାହାର ରତ୍ନ ଭଣ୍ଡାରକୁ ସ୍ଥାନାନ୍ତର କରାଯାଇଛି। ତେଣୁ ସେଠାରୁ ହିଁ ଆଜି ଅଳଙ୍କାର ଅଣାଯାଇ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ସଂପନ୍ନ ହେବ। ରଥାରୂଢ଼ ଶ୍ରୀଜିଉଙ୍କ ସାମ୍ନାରେ କୌଣସି ସେବାୟତଙ୍କୁ ଛିଡ଼ା ହେବାକୁ ବାରଣ କରାଯାଇଛି।
Powered by Froala Editor