ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ଅରିନ୍ଦମ ଡାକୁଆ। ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ ଅଫିସର ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଦୁହିଁଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନା ଅନୁସାରେ ୨୦୧୧ ବ୍ୟାଚ୍ ଆଇଏଏସ ତଥା କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ୨୦୧୨ ବ୍ୟାଚ୍ ଆଇଏଏସ୍ ଅନୁପମ ଶାହଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଅରିନ୍ଦମଙ୍କ ଘର ଭଞ୍ଜନଗର ଅଂଚଳରେ ହୋଇଥିବାବେଳେ ଅନୁପମଙ୍କ ଘର କଳାହାଣ୍ଡି ଜିଲ୍ଲାରେ। ସାଧାରଣ ନିର୍ବାଚନ ପୂର୍ବରୁ ନିର୍ଦ୍ଦେଶକ ପାହ୍ୟାର ଏହି ଦୁଇ ଅଫିସରଙ୍କୁ ଜିଲ୍ଲାପାଳ ଭାବେ ନିର୍ବାଚନ କମିଶନ ନିଯୁକ୍ତି ଦେଇଥିଲେ।
Powered by Froala Editor