୧୨ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ
ଭୁବନେଶ୍ବର : ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବ । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚିଳକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୧୦ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୩ ଜିଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳରେ ଘଣ୍ଟାପ୍ରତି ୫୦ କିମି ବେଗରେ ପବନ ବହିପାରେ । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।
Powered by Froala Editor