ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ
ଭୁବନେଶ୍ୱର : ଶନିବାର ସକାଳେ କଟକ ସ୍ଥିତ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ହୋଇଛି । ତାଙ୍କ ବିଯୋଗରେ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ନବୀନ ପଟ୍ଟନାୟକ ଟ୍ୱିଟ୍ କରି କହିଛନ୍ତି, ‘ଓଡ଼ିଶାର ଗର୍ବ ଓ ଗୌରବ, ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କମଳା ପୂଜାରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଭିନ୍ନ କିସମର ଧାନ ସଂଗ୍ରହ କରିବା ସହ ଜୈବିକ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ବିରଳ କୃତିତ୍ୱ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।’
Powered by Froala Editor