ଗୃହ କାର୍ଯ୍ୟ ୧୧.୩୦ ଯାଏଁ ମୁଲତବୀ

ଭୁବନେଶ୍ୱର: ବିଧାନସଭା ବାଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ । ତେବେ ଦ୍ୱିତୀୟ ଦିନ ଆରମ୍ଭ ହେଉ ହେଉ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭ ହେଉ ହେଉ ବିରୋଧୀ ସଦସ୍ୟ ହଟ୍ଟଗୋଳ କରିଛନ୍ତି । ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାକୁ ନେଇ ଗୃହରେ ବିଜେଡି ସଦସ୍ୟମାନେ ନାରାବାଜି କରିଥିଲେ । ଫଳରେ ବାଚସ୍ପତି ସୁରମା ପାଢ଼ୀ ଗୃହ କାର୍ଯ୍ୟକୁ ୧୧.୩୦ ଯାଏଁ ମୁଲତବୀ କରିଛନ୍ତି ।
ଆଜି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା ହେବ। ଏହାସହ ଗୃହରେ ପଞ୍ଚାୟତରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ,ଶ୍ରମ ଓ କର୍ମଚାରୀ, ରାଜ୍ୟ ବୀମା ଓ ସରକାରୀ ଉଦ୍ୟୋଗ ବିଭାଗର ପ୍ରଶ୍ନ କାଳ ରହିଛି।
ବିରୋଧୀ ଦଳ ପକ୍ଷରୁ ଦରଦାମ ବୃଦ୍ଧି ଆଉ ସରକାର ଚୁପ୍ ପ୍ରସଙ୍ଗରେ ମୁଲତବି ପ୍ରସ୍ତାବ ଦିଆଯାଇଛି। ଗତକାଲି ପ୍ରଥମ ଦିନରେ ଦୁଇ ବିରୋଧୀ ବିଜେଡ଼ି ଓ କଂଗ୍ରେସ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ।
Powered by Froala Editor