ଆଜି ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।ତେବେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ଥିବା ବେଳେ କିଛି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଭଦ୍ରକ, ବାଲେଶ୍ୱର କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ,ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ,ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor