Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ...

  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ...

  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ...

Home ›› ››ଆଜି ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ

ଆଜି ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ

2024-07-25 05:28:49
13817
Share:
Facebook
Twitter
E-Mail
WhatsApp
Telegram
ଆଜି ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଆଜି (ଗୁରୁବାର) ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ବିଜେପି ସରକାର ପ୍ରଥମ କରି ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଏହି ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ପୂର୍ବତନ ସରକାରଙ୍କ ଯୋଜନା ଉପରେ ଅର୍ଥ ବ୍ୟୟବରାଦ ଏବଂ ବିଜେପି ପକ୍ଷରୁ ଦିଆଯାଇଥିବା ନିର୍ବାଚନ ପ୍ରତିଶ୍ରୁତି ପୂରଣ ପାଇଁ ବଜେଟରେ ଅର୍ଥ ବ୍ୟବସ୍ଥା ହେବ ବୋଲି ଆଶା କରାଯାଉଛି। ଫେବୃଆରୀ ୮ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ୧ ଲକ୍ଷ ୧୮ହଜାର କୋଟି ଟଙ୍କାର ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଥିଲେ। ଆର୍ଥିକ ବର୍ଷ ୨୦୨୪-୨୫ର ପ୍ରଥମ ୪ମାସ ଖର୍ଚ୍ଚ ବହନ ପାଇଁ ବଜେଟରେ ବ୍ୟବସ୍ଥା ହୋଇଥିଲା। ବଜେଟ୍ ଆକାର ୨.୫୫ଲକ୍ଷ କୋଟି ଟଙ୍କା ଧାର୍ଯ୍ୟ କରାଯାଇଥିଲା, ଯାହା ଆର୍ଥିକ ବର୍ଷ ୨୦୨୩-୨୪ପାଇଁ କରାଯାଇଥିବା ବ୍ୟବସ୍ଥାରୁ ୧୧ ପ୍ରତିଶତ ଅଧିକ ରହିଥିଲା। ସାଧାରଣ ନିର୍ବାଚନ ସମୟରେ କୃଷି ଓ ଗ୍ରାମୀଣ ବିକାଶ ପାଇଁ ବିଜେପି ୨୧ଟି ପ୍ରତିଶ୍ରୁତି ପୂରଣ କରିବା ନିମନ୍ତେ ଇସ୍ତାହାରରେ ଘୋଷଣା କରିଥିଲା। ଭିତ୍ତିଭୂମିର ସୁଦୃଢ଼ୀକରଣ, ସ୍ୱାସ୍ଥ୍ୟସେବାର ଅଭିବୃଦ୍ଧି, ଶିଳ୍ପ ଅଭିବୃଦ୍ଧିକୁ ପ୍ରୋତ୍ସାହନ, ପ୍ରାଥମିକ ଓ ଉଚ୍ଚ ଶିକ୍ଷାରେ ଉନ୍ନତି ଏବଂ ନିୟୁକ୍ତି ସୁଯୋଗ ସୃଷ୍ଟିକୁ ପ୍ରୋତ୍ସାହନ ଦିଆଯିବା ଭଳି ଗୁରୁତ୍ବ ପୂର୍ଣ୍ଣ ପ୍ରତିଶ୍ରୁତି ଦେଇଥିଲା ବିଜେପି। ସୁଭଦ୍ରା ଯୋଜନାରେ ପ୍ରତ୍ୟେକ ମହିଳାଙ୍କୁ ୫୦ହଜାର ଟଙ୍କାର ନଗଦ ଅର୍ଥପାତ୍ର(ଭାଉଚର) ଦିଆଯିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିବାର ପ୍ରଥମ ଦିନରେ ପ୍ରଥମ କ୍ୟାବିନେଟ ବୈଠକରେ ସ୍ବତନ୍ତ୍ର ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି। ବିଧବା, ବୃଦ୍ଧ ଏବଂ ଦିବ୍ୟାଙ୍ଗଙ୍କୁ ମାସିକ ୩ ହଜାର ଟଙ୍କା ମଧୁବାବୁ ପେନସନ ଯୋଜନାରେ ଭତ୍ତା ପ୍ରଦାନ କରିବା ପାଇଁ ଯୋଜନା ରହିଛି। ଚାଷୀଙ୍କୁ ଧାନ କ୍ବିଣ୍ଟାଲ ପିଛା ୩୧ଶହ ଏମଏସପି ଦେବାକୁ ମଧ୍ୟ ବିଜେପି ପ୍ରତିଶ୍ରୁତି ଦେଇଥିଲା। କେନ୍ଦ୍ର ସରକାର ୨୩ ଶହ ଟଙ୍କା ଏମଏସପି ଘୋଷଣା କରିଥିବା ବେଳେ ରାଜ୍ୟ ସରକାର ପ୍ରତିଶ୍ରୁତି ପାଳନ କରିବାକୁ କ୍ବିଣ୍ଟାଲ ପିଛା ୮ଶହ ଟଙ୍କା ଅଧିକ ଦେବାକୁ ପଡିବ। ଏଥିପାଇଁ ସରକାର ଅତିରିକ୍ତ ବୋଝ ୬, ୩୩୩ କୋଟି ଟଙ୍କା ବହନ କରିବାକୁ ପଡିବ। ସେହିଭଳି କେନ୍ଦୁପତ୍ର କଲ୍ୟାଣ ଯୋଜନା, ଦେଶର ସମସ୍ତ ମେଟ୍ରୋ ସହରରେ ପ୍ରବାସୀ ଓଡ଼ିଆଙ୍କ ପାଇଁ ଭବନ ନିର୍ମାଣ, ୨୦୨୭ସୁଦ୍ଧା ୨୫ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି କରିବା, ପ୍ରତି ମତ୍ସ୍ୟଜୀବୀଙ୍କୁ ୧୦ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଯୋଗାଇ ଦିଆଯିବ। ଏଥିସହିତ ବୟନ ପାର୍କ ନିର୍ମାଣ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ବିଦ୍ୟୁତ୍‌ ଯୋଗାଣ ଏବଂ ବିଭିନ୍ନ ବିଭାଗରେ ନିଯୁକ୍ତି ପ୍ରତିଶ୍ରୁତି ଦିଆଯାଇଛି। ପ୍ରତିଶ୍ରୁତି ପାଳନ ପାଇଁ ସ୍ୱତନ୍ତ୍ର ପାଣ୍ଠିର ଆବଶ୍ୟକତା ରହିଛି। ସରକାର ଏହାକୁ ପ୍ରଥମରୁ ଲାଗୁ କରୁଛନ୍ତି କି ପର୍ଯ୍ୟାୟକ୍ରମେ ଲାଗୁ କରିବାକୁ ଚାହୁଁଛନ୍ତି ତାହା ବଜେଟ ଆକଳନରୁ ସ୍ପଷ୍ଟ ହେବ। ଅନ୍ତରୀଣ ବଜେଟ ବେଳେ ବିଜେଡି ସରକାର ଆର୍ଥିକ ବଳକା ରାଜ୍ୟ ବୋଲି କହିଥିବା ବେଳେ ବିଜେପି ସରକାର କିପରି ବଜେଟ ଆଣୁଛନ୍ତି ତାହା ଉପରେ ସମସ୍ତ ରାଜନୈତିକ, ସାଧାରଣ ଜନତା ଓ ଅର୍ଥନୀତି ବିଶେଷଜ୍ଞଙ୍କ ନଜର ରହିଛି।

Powered by Froala Editor

Tags Assembly

Related articles Odisha News Lens 4.1

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14448
    Jun 16, 2026
  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ
    ଦେଶ-ଦେଶାନ୍ତର

    ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14072
    Jun 15, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14578
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14285
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14021
    Jun 15, 2026
  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା
    ଅପରାଧ

    ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା

    13434
    Jun 15, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14398
    Jun 16, 2026
  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ

    14445
    Jun 15, 2026
  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ
    ଦେଶ-ଦେଶାନ୍ତର

    କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

    14438
    Jun 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14578
    Jun 16, 2026
  • ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14654
    Jun 16, 2026
  • ଦେଶ-ଦେଶାନ୍ତର

    ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14072
    Jun 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17987
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14448
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14157
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15024
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13625
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15509
    Jun 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15216
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14042
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14285
    Jun 16, 2026
  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା

    13434
    Jun 15, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14578
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In