ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ : ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ
ବରିଷ୍ଠ ଆଇଏଏସମାନଙ୍କ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।ସରକାର ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ଅଦଳ ବଦଳ କରିଛନ୍ତି। ୧୯୯୧ ବ୍ୟାଚର ଆଇଏଏସ ଅଧିକାରୀ ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ) ଦାୟିତ୍ୱ ମିଳିଛି। ସେହିପରି ଦେଓ ରଂଜନ କୁମାର ସିଂହ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏସିଏସ ଦାୟିତ୍ୱ ପାଇଛନ୍ତି। ଏଥିସହିତ ସେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।
ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ପର୍ଯ୍ୟଟନ ବିଭାଗ ସହ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ହେମନ୍ତ ଶର୍ମାଙ୍କୁ ଶକ୍ତି ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି। ସାମାଜିକ ନ୍ୟାୟ ଓ ସଶକ୍ତିକରଣ ବିଭାଗର ମୁଖ୍ୟ ସଚିବ ଥିବା ବିଷ୍ଣୁପଦ ସେଠିଙ୍କୁ ଓଡ଼ିଆ ଭାଷା, ସଂସ୍କୃତି ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । କୌଶଳ ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଉଷା ପାଢ଼ୀଙ୍କୁ ନଗରଉନ୍ନୟନ ବିଭାଗର ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି । ସେ ବାଣିଜ୍ୟ ଓ ପରିବହନ ବିଭାଗର ମୁଖ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେହିପରି ବି ପରମେଶ୍ୱରନଙ୍କୁ ଆରଡିସି, କଟକ, ଏନ ତିରୁମାଲା ନାୟକଙ୍କୁ ବିଡିଏର ଭାଇସ ଚେୟାରମ୍ୟାନ ଭାବେ ବଦଳି କରାଯାଇଛି |
ଶାଲିନି ପଣ୍ଡିତଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରଣାଳୟ, ମିଶନ ଶକ୍ତି ବିଭାଗ ଦାୟିତ୍ୱ ମିଳିଛି। ଅସ୍ଵଥି ଏସଙ୍କୁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ, ରୂପା ରୋଶନ ସାହୁଙ୍କୁ ଆରଡିସି ବ୍ରହ୍ମପୁର, ସଚିନ ଆର ଯାଦବଙ୍କୁ ଆରଡିସି ସମ୍ବଲପୁର, ବଲୱନ୍ତ ସିଂହଙ୍କୁ ପର୍ଯ୍ୟଟନ, ଓଡ଼ିଶା ଖଣି ନିଗମର ଦାୟିତ୍ୱ ମିଳିଛି। ଅନନ୍ୟ ଦାସଙ୍କୁ ଓସେପା, ସମର୍ଥ ବର୍ମାଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି।
Powered by Froala Editor