ଦେଶରେ କରୋନା ନେଲା ୧୧୮୩ ଜୀବନ

ନୂଆଦିଲ୍ଲୀ:ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୧ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୮,୬୯୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୧୮୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୧,୮୩,୧୪୩ ଓ ମୃତ୍ୟୁସଂଖ୍ୟା ୩,୯୪,୪୯୩ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୪,୮୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୧,୯୩,୦୮୫ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୯୫,୫୬୫।
Powered by Froala Editor