ଚିକିଟି ମଦ ମୃତ୍ୟୁକୁ ନେଇ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ସୂଚନା, ଜାଣନ୍ତୁ କ’ଣ?
ଭୁବନେଶ୍ୱର: ଚିକିଟି ମଦ ମୃତ୍ୟୁକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରୁଥିବାବେଳେ ଆଜି ବିଭାଗୀୟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି । ମଦ ମୃତୁ୍ୟର ଆରଡିସି ତଦନ୍ତ ହେବ ହେବାଲି ଶ୍ରୀ ହରିଚନ୍ଦନ କହିଛନ୍ତି । ୨ ମାସ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ । ଏଥିସହ ଚୋରା ମଦ ବନ୍ଦ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି ।
ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ ବୋଲି ଅବକାରୀ ମନ୍ତ୍ରୀ କହିଛନ୍ତି। ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବାକୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି।ବେଆଇନ ମଦ ଭାଟି ଏବଂ ବିକ୍ରି ସ୍ଥାନରେ ଚଢ଼ାଉ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଚିକିଟି ମଦ ଟ୍ରାଜେଡିକୁ ନେଇ ହଇଚଇ ପରେ ରାଜ୍ୟବ୍ୟାପି ଚଢ଼ାଉ ଜାରି ରହିଛି। ଗତକାଲି ସନ୍ଧ୍ୟା ସୁଦ୍ଧା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭ ହଜାର ୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଥିଲା। ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩୮୫ ଲିଟର ମଦ ଜବତ କରାଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
Powered by Froala Editor