ସୁଭଦ୍ରା ଏସଓପି ଜାରି : ବର୍ଷକୁ ୨ ଥର ୧୦ ହଜାର, ୫ ବର୍ଷ ଯାଏ ମିଳିବ

ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ,ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍ କାର୍ଡ ପ୍ରଦାନ କରିବେ।
ଏଥିସହିତ ରାଜ୍ୟରେ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ସରକାର ଅତିରିକ୍ତ ସହାୟତା ପ୍ରଦାନ କରିବେ। ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପୁରସ୍କାର ସ୍ୱରୂପ ମିଳିବ। ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ଶହ ଟଙ୍କା ପାଇବେ।
ଅଗଷ୍ଟ ୨୨ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ‘ସୁଭଦ୍ରା’ ଯୋଜନାକୁ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବା ନେଇ ନିଷ୍ପତ୍ତି ହୋଇଛି।୨୦୨୮-୨୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ପାଇଁ ମୋଟ ୫୫୮୨୫ କୋଟିର ବଜେଟ୍ ଧାର୍ଯ୍ୟ ହୋଇଛି । ଏହି ଯୋଜନାରେ ରାଜ୍ୟର ୧କୋଟିରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆସିବ ବୋଲି ସେ କହିଛନ୍ତି ।
Powered by Froala Editor