Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

Home ›› ›› ପ୍ରବଳ ବର୍ଷା: ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା: ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

2024-08-26 05:27:21
13931
Share:
Facebook
Twitter
E-Mail
WhatsApp
Telegram
 ପ୍ରବଳ ବର୍ଷା: ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ଦୁଇଦିନ ମଧ୍ୟରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡଖଣ୍ଡ ଅଞ୍ଚଳରେ ପହଞ୍ଚିବ। ମୌସୁମୀ ଜନିତ ନିମ୍ନଚାପରେଖା ଦକ୍ଷିଣ-ପୂର୍ବ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଲଘୁଚାପ ଏବଂ ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷିବ। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇ ଥିବାବେଳେ ୧୪ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲାରେ ଅତି ପ୍ରବଳ ବର୍ଷା ହେବ। ଉପରୋକ୍ତ ୪ଟି ଜିଲା ମଧ୍ୟରୁ କିଛି ଅଞ୍ଚଳରେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବରଗଡ, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡା, ବାଲେଶ୍ବର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ ଏବଂ ସମ୍ବଲପୁର ଜିଲାରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ଗତ ୨୪ଘଣ୍ଟାରେ ବାଲେଶ୍ବର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଏବଂ ଝାରସୁଗୁଡାରେ ବର୍ଷା ହୋଇଥିବା ବେଳେ ରବିବାର ସନ୍ଧ୍ୟା ସାଢେ ୫ଟା ସୁଦ୍ଧା କିଛି ଅଞ୍ଚଳରେ ମଧ୍ୟମ ଧରଣ ବର୍ଷା ହୋଇଛି। ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ। ସହରାଞ୍ଚଳ ଗୁଡିକରେ ନାଳରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ। ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମ୍ପୃକ୍ତ ଜିଲାଗୁଡିକୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ଶରତଚନ୍ଦ୍ର ସାହୁ କହିଛନ୍ତି, ଆସନ୍ତା ୨୮ ଓ ୨୯ ତାରିଖ ବେଳକୁ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୩୦ କିମ୍ବା ୩୧ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୮ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ; କିନ୍ତୁ ୩୦, ୩୧ ଏବଂ ସେପ୍ଟେମ୍ବର ୧ରେ ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ, ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ଭାରୀ ବର୍ଷା ସମ୍ଭାବନା ରହିଛି ବୋଲି ଶ୍ରୀ ସାହୁ କହିଛନ୍ତି।

Powered by Froala Editor

Tags Rain

Related articles Odisha News Lens 4.1

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14887
    Jun 24, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14861
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15155
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14232
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15246
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13704
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15584
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15012
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13636
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13636
    Jun 25, 2026
  • ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14232
    Jun 25, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15584
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16945
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17562
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17613
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18009
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15172
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15217
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15046
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15658
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14521
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13787
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14881
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15494
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15246
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କାବେରୀରେ ଭାସିଗଲେ ୫ ଜଣ

    15155
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15012
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15584
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In