ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ପୁରେନ୍ଦ୍ରଙ୍କ ଭୁବନେଶ୍ୱରର କାନନବିହାରରେ ଥିବା ୪ ମହଲା ଘର, ସାମନ୍ତରାପୁରରେ ଥିବା ଅଫିସ୍ ଓ ଜଗତସିଂହପୁରର କେଉପଡ଼ା ଥିବା ପୈତୃକ ଘରେ ଏକକାଳୀନ ଚଢାଉ କରାଯାଇଛି। ପୁରେନ୍ଦ୍ର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଛନ୍ତି।
Powered by Froala Editor