ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଗଞ୍ଜାମ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ୟ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ସମେତ ୩ଟି ସ୍ଥାନ ଓ ପୋଲସରାର ୨ଟି ସ୍ଥାନରେ ଏକାକାଳୀନ ଚଢାଉ କରାଯାଇଛି।ସୀତାରାମ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା।
Powered by Froala Editor