ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ଦେହାନ୍ତ
ଭୁବନେଶ୍ୱର: ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କର ଆଜି ଭୋର ପ୍ରାୟ ୪ଟା ସମୟରେ ପରଲୋକ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।
ଅଶ୍ୱିନୀ ଗୁରୁ ୧୯୮୦ରେ ସମ୍ବଲପୁରରୁ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସମୟରେ ବିଧାୟକ ରହିଥିଲେ। ୨୦୧୮- ୨୦୨୨ ପର୍ୟ୍ୟନ୍ତ ସମ୍ବଲପୁରର କଂଗ୍ରେସର ଜିଲ୍ଲା ସଭାପତି ରହିଥିଲେ।
Powered by Froala Editor