ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ଅବପାତର ରୂପ ନେଇଛି। ଏହା ପ୍ରଭାବରେ ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ୫ ଜିଲ୍ଲାରେ ପ୍ରାୟ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦ୍ର ପକ୍ଷରୁ ୟେଲୋ ସତର୍କ ସୂଚନା ଜାରି କରାଯାଇଛି। ଉପରୋକ୍ତ ଜିଲ୍ଲା ବ୍ୟତୀତ କେନ୍ଦ୍ରୀୟ ଏବଂ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ତେବେ ୨ ଓ ୩ ତାରିଖ ସେପରି ବଡ଼ ବର୍ଷା ହେବନାହିଁ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିବା ବେଳେ ୪ ତାରିଖରେ ବର୍ଷାର ପରିମାଣ ପୁଣିଥରେ ବଢ଼ିବ ବୋଲି କେନ୍ଦ୍ର କହିଛି।
Powered by Froala Editor