ଖଣି ଉପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର: ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଳଚେର ଖଣି ଉପ ନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ଧରଣୀଧରଙ୍କ ତାଳଚେର ଅଫିସ, ସରକାରୀ ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, ଭୁବନେଶ୍ୱର ପଟିଆରେଥିବା ଘର, ସିଂକୁଳବାହାଲରେ ଥିବା ମାର୍କେଟ କଂପ୍ଲେକ୍ସ ଓ କେନ୍ଦୁଝର ପଣ୍ଡାପଡ଼ା ଥାନା ପୁରମୁଣ୍ଡାରେ ଥିବା ଶ୍ୱଶୁର ଘର ସମେତ ୮ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ଧରଣୀଧରଙ୍କ ଘରୁ ୫ ଲକ୍ଷ ୬୦ ହଜାର ଟଙ୍କା ଜବତ ହୋଇ ଥିବା ସୂଚନା ରହିଛି।ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା। ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ମୋଟା ଅଙ୍କର ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।
Powered by Froala Editor