ଓଡ଼ିଶାରେ ପ୍ରତିଷ୍ଠା ହୋଇନପାରେ ହାଇକୋର୍ଟ ବେଞ୍ଚ
ଭୁବନେଶ୍ୱର: ଓଡ଼ିଶାରେ ପ୍ରତିଷ୍ଠା ହୋଇନପାରେ ହାଇକୋର୍ଟ ବେଞ୍ଚ । ଆଜି ବିଧାନସଭାରେ ଲିଖିତ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏହା କହିଛନ୍ତି । ବିଜେଡି ବିଧାୟକ କଳିକେଶ ସିଂହଦେଓଙ୍କ ପ୍ରଶ୍ନର ଉତ୍ତର ରଖି ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।
ବଲାଙ୍ଗୀରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ପ୍ରସ୍ତାବ ଅଛି କି ବୋଲି କଳିକେଶ ପ୍ରଶ୍ନ କରିଥିଲେ । ତେବେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହାର ଉତ୍ତର ରଖି କହିଛନ୍ତି ଯେ ସୁପ୍ରମିକୋର୍ଟ ଦ୍ୱାରା ଆସିଥିବା ଏ ସମ୍ପର୍କିତ ରାୟ ଅନୁଯାୟୀ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର କୌଣସି ଯଥାର୍ଥତା ନାହିଁ ।
ପ୍ରକାଶ ଯେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ବିଗତ ଦିନରେ ବହୁ ଆନେ୍ଦାଳନ ଦେଖିବାକୁ ମିଳିଛି । ଏପରିକି ଓକିଲମାନେ ଦୀର୍ଘ ଦିନ ଧରି ଆନେ୍ଦାଳନ କରିଥିଲେ । ଯାହାକୁ ନେଇ ସୁପ୍ରିମକୋର୍ଟ ନିଜେ ଏଥିରେ ହସ୍ତକ୍ଷେପ କରିବାକୁ ବାଧ୍ୟ ହୋଇଥିଲେ ।
Powered by Froala Editor