ରାଜ୍ୟରେ ସପ୍ତାହେ ଯାଏ କାଚିବ

ଭୁବନେଶ୍ୱର:ସାରା ରାଜ୍ୟରେ ସପ୍ତାହେ ଯାଏ ବର୍ଷା ହେବ। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ୭ରୁ ୯ ତାରିଖ ଯାଏ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲା ସହିତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ୧୦ ଓ ୧୧ ତାରିଖରେ ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ହେବାର ସମ୍ଭାବନା ରହିଛି ।
ଲଘୁଚାପ କ୍ଷେତ୍ର ପ୍ରଭାବରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିପରି ବିଜୁଳି ଘଡ଼ଘଡ଼ି ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ମୟୂରଭଞ୍ଜ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି।
Powered by Froala Editor