ଆଜି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଚାଷୀଙ୍କୁ ନୂଆଁଖାଇ ଭେଟି ଦେଇଛନ୍ତି ରାଜ୍ୟ ସରକାର । ଆଜି ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷନ ଯୋଜନା। ଏହି ଯୋଜନାରେ ଚାଷୀ ପାଇବେ ୪ ହଜାର ଟଙ୍କାର ଆର୍ଥିକ ସହାୟତା। ଆଜି ଅପରାହ୍ନରେ ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ କୃଷି ବିଭାଗ ପକ୍ଷରୁ ସୋଶାଲ ମିଡିଆରେ ସୂଚନା ଦିଆଯାଇଛି। ଚାଷୀଙ୍କୁ ଏହି ଆର୍ଥିକ ସହୟତା ଯୋଗାଇ ଦେବା ଲାଗି ରାଜ୍ୟ ସରକାର ୧୯ଶହ ୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି।
ଏହା ପୂର୍ବରୁ ବିଜେଡି ସରକାର ଅମଳରେ ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିଲା। ଯୋଗ୍ୟତା ଥାଇ ମଧ୍ୟ ପିଏମ୍ କିଷାନ ଯୋଜନାରୁ ରାଜ୍ୟରେ ବାଦ୍ ପଡ଼ିଥିବା ସମସ୍ତ ଚାଷୀଙ୍କୁ ସିଏମ୍ କିଷାନ ଯୋଜନାରେ ସାମିଲ କରାଯିବ ବୋଲି ନିକଟରେ କୃଷି ମନ୍ତ୍ରୀ କେଭି ସିଂହଦେଓ ବିଧାନସଭାରେ ସୂଚନା ଦେଇଥିଲେ।