ପ୍ରବଳ ବର୍ଷା: ମାଲକାନଗିରି ସହର ସାରା ଛୁଟୁଛି ପାଣି ସୁଅ
ମାଲକାନଗିରି: ପ୍ରବଳ ବର୍ଷାହେବା ଦ୍ୱାରା ମାଲକାନଗିରି ସହର ଜଳମଗ୍ନ ହୋଇଛି। ରବିବାର କାଲିସନ୍ଧ୍ୟାରେ ବର୍ଷା ଯୋଗୁଁଁ ରାସ୍ତାରେ ପ୍ରବଳ ବେଗରେ ପାଣିର ସୁଅ ଚାଲୁଥିବା ବେଳେ ପାଙ୍ଗମ ନଦୀ ପୋଲ ଉପରେ ୨ଫୁଟରୁ ଊର୍ଦ୍ଧ୍ବ ପାଣି ପ୍ରବାହିତ ହୋଇ ମାଲକାନଗିରି ଜୟପୁର ୩୨୬ ନମ୍ବର ଜାତୀୟ ରାଜପଥରେ ଯାନବାହାନ ଚଳ ପ୍ରଚଳ ବନ୍ଦରହିଛି। ଆଜି ସକାଳୁ ଜିଲ୍ଲାରେ ପ୍ରବଳ ବେଗରେ ବର୍ଷା ଲାଗିରହିଛି। ସହରର ଥାନା ଛକ, ହୋଟେଲ କୁଇନାଇ ଛକ, ବାଲିସାଗର ସାହି, ବସ ଷ୍ଟାଣ୍ଡ ବିଭିନ୍ନ ସ୍ଥାନରେ ପାଣିର ସୁଅ ଚାଲିଥିବାରୁ ରାସ୍ତା ଦେଖା ଯାଉନାହିଁ। ଫଳରେ ଯାନ ବାହନ ଚଳାଚଳ ସହିତ ଯାତାୟତ ବନ୍ଦ ହୋଇଯାଇଛି। ଏହି ବର୍ଷା ଦ୍ୱାରା ପୁଣି ଥରେ ସାବେରୀ, ସିଲେରୁ, ତମସା, ପୋଟେରୁ, ପାଙ୍ଗମ ନଦୀ ଫୁଲି ପୋଲ ଉପରେ ପାଣି ପ୍ରଭାହିତ ହେଉଛି। ବିଶେଷ କରି ପାଙ୍ଗମ ନଦୀ ପୋଲ ଉପରେ ଦୁଇଫୁଟ ଉଚ୍ଚର ପାଣି ଚାଲିଥିବାରୁ ମାଲକାନଗିରି ଠୁ ଜୟପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପୋଲର ଦୁଇ ପାର୍ଶ୍ବରେ ଶତାଧିକ ଯାନ ବାହନ ଅଟକି ରହିଛି। ପ୍ରବଳ ବେଗରେ ବର୍ଷା ଲାଗି ରହିଥିବାରୁ ସହରରେ ଦୋକାନ ବଜାର ସବୁ ବନ୍ଦ ହୋଇଯାଇଛି। ସେହିପରି କାଙ୍ଗୁରକୋଣ୍ଡା ପୋଲ ଉପରେ ୧୦ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ମାଲକାନଗିରିରୁ କାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି।
Powered by Froala Editor