ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ ଉତ୍ପାଦନ ବନ୍ଦ
ଲମତାପୁଟ: ମାଛକୁଣ୍ଡ ଜଳ ବିଦୁ୍ୟତ ପ୍ରକଳ୍ପରୁ ବର୍ତ୍ତମାନ ବିଦୁ୍ୟତ ଉପôାଦନ ବନ୍ଦ ରହିଛି । ପ୍ରକଳ୍ପରେ ବନ୍ୟା ଜଳ ପଶିବା ପରେ ବିଦୁ୍ୟତ ଉପôାଦନ ବନ୍ଦ ରହିଛି । ବିଦୁ୍ୟତ ଉପôାଦନ ବନ୍ଦ ନେଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମାଛକୁଣ୍ଡ ପ୍ରକଳ୍ପରୁ ଦୈନିକ ୮୦ ମେଗା ୱାଟ ବିଦୁ୍ୟତ ଉପôାଦନ ହୁଏ । ମାଛକୁଣ୍ଡ ପାୱାର ହାଉସରେ ୨ନମ୍ବର ୟୁନିଟ୍ ଭିତରେ ବନ୍ୟା ଜଳ ପ୍ରବେଶ କରିଛି। ବନ୍ୟା ଜଳ ବାହାର କରିବାକୁ କର୍ମଚାରୀମାନେ ଉଦ୍ୟମ ଚଳାଇଛନ୍ତି। ପାଇପ୍ ଲଗାଇ ପାଣି ବାହାର କରିବାକୁ ଚେଷ୍ଟା କରାଯାଉଛି।
ବିଶେଷକରି ମାଲକାନଗିରି ଜିଲାର ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇବାରୁ ନଦୀ ଉପରେ ପ୍ରାୟ ୩ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେବା ଯୋଗୁ ନଦୀର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିବା ସହ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛିା ମାଥିଲି ବ୍ଲକ ପାଙ୍ଗାମ ନଦୀ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବା ବେଳେ କାଲିମେଳା ବ୍ଲକ କାଙ୍ଗୁରୁକୋଣ୍ଡା ନଦୀ ଉପରେ ମଧ୍ୟ ପ୍ରାୟ ୪ ଫୁଟର ବର୍ଷାଜଳ ପ୍ରବାହିତ ହେଉଅଛି। ବିଶେଷକରି ପୋଟେରୁ ନଦୀ ପୋଲ ଉପରେ ମଧ୍ୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହୋଇ ଗାଁ ଭିତରେ ପଶିଛି। ଯାହାଫଳରେ ପୋଟେରୁ ଗ୍ରାମବାସୀ ଏକ ପ୍ରକାର ଜଳବନ୍ଦୀ ଜୀବନ ବିତାଉଛନ୍ତି। ସେହିପରି ଚିତ୍ରକୋଣ୍ଡା ମଧ୍ୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି। ମାଲକାନଗିରିରୁ ଚିତ୍ରକୋଣ୍ଡା ଯିବା ରାସ୍ତା ଚିତ୍ରକୋଣ୍ଡା ଘାଟି ଉପରେ ଭଲବ୍ ହାଉସ ନିକଟରେ ମାଟି ଅତଡା ଖସି ରାସ୍ତା ଅବରୋଧ ହୋଇଥିବାରୁ ଯାତାୟତ ଠପ୍ ହୋଇ ଯାଇଛିା
ସେହିପରି ଆନ୍ଧ୍ର ଓଡ଼ିଶା ସୀମାନ୍ତ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ପିଲିଗଡା କଲଭର୍ଟର ଗୋଟିଏ ପାର୍ଶ୍ୱ ବର୍ଷାଜଳରେ ଧୋଇ ହୋଇ ଯିବାରୁ ଆନ୍ଧ୍ର ଓଡ଼ିଶାକୁ ମଧ୍ୟ ଯୋଗାଯୋଗ ବନ୍ଦ ହୋଇଯାଇଛି। ଜିଲାର ବିଭିନ୍ନ ସ୍ଥାନରେ ଗଛ ଉପୁଡି ରାସ୍ତା ଅବରୋଧ ହୋଇଥିବା, କେତେକ ଲୋକଙ୍କ ଘର କାନ୍ଥ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ମାଲକାନଗିରି ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍ ଟିମ୍ ମଧ୍ୟ ସମସ୍ତ ଅଞ୍ଚଳରେ ସଜାଗ ହୋଇ ରହିବା ସହ ଯେପରି କୌଣସି ଅଘଟଣ ନ ଘଟେ ସେଥିପ୍ରତି ବିଶେଷ ଦୃଷ୍ଟି ଦେଉଥିବା ଦେଖିବାକୁ ମିଳିଛି।
Powered by Froala Editor