ପୁଣି ଏକ ଦନ୍ତା ହାତୀର ମୃତ୍ୟୁ
ରାଉରକେଲା: ଥମୁନି ହାତୀ ମୃତ୍ୟୁ । ହାତୀ -ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ମୃତ୍ୟୁ ଘଟୁଛି ତ ଆଉ କେତେବେଳେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି। ଆଜି ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ସୁନ୍ଦରଗଡ ଜିଲ୍ଲା ଲାଠିକଟା ବ୍ଲକ ବଲାଣୀ ପଞ୍ଚାୟତ ନୂଆଗାଁ ନିକଟ ଜଙ୍ଗଲରୁ ହାତୀର ମୃତଦେହ ଠାବ ହୋଇଛି। ତେବେ ମିଳିଥିବା ସୂଚନା ଅନୁଯାୟୀ ସୋମବାର ରାତିରେ ହାତୀଟି ଖାଦ୍ୟ ଅନ୍ବେଷଣରେ ଗାଁକୁ ପଶି ଆସିଥିଲା। ହଲେ ହାଠାତ୍ କୌଣସି କାରଣରୁ ହାତୀଟି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ଘଟଣାସ୍ଥଳରେ ହାତୀଟିର ମୃତ୍ୟୁ ଘଟିଥିଲା। ପରେ ଖବର ପାଇ ପାନପୋଷ ରେଞ୍ଜ ଅଧିକାରୀ ଓ ତାଙ୍କ ଟିମ୍ ଘଟଣାସ୍ଥଳରେ ପହଞ୍ଚି ହାତୀଟି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।
Powered by Froala Editor