ବିଜେଡି ମହିଳା ଶାଖାର ରାଜ୍ୟସ୍ତରୀୟ କର୍ମକର୍ତ୍ତା ନିଯୁକ୍ତ
ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳର ରାଜ୍ୟସ୍ତରୀୟ କର୍ମକର୍ତ୍ତା ନିଯୁକ୍ତ କରାଯାଇଛି । ୫ ଜଣ ଉପଦେଷ୍ଟା, ୩ ଜଣ କାର୍ଯ୍ୟକାରୀ ସଭାପତି, ମହାସଚିବ ଓ କୋଷାଧ୍ୟକ୍ଷଙ୍କୁ ନିଯୁକ୍ତ କରାଯାଇଛି । ସେହିପରି ୨ ଜଣ ଜୋନ ସଭାପତି, ୯ ଜଣ ବରିଷ୍ଠ ଉପସଭାପତି ଓ ୨୭ଜଣ ଉପସଭାପତି ନିଯୁକ୍ତ ହୋଇଛନ୍ତି । ଏହାଛଡ଼ା ୩୫ ଜଣ ସାଧାରଣ ସମ୍ପାଦକ, ୩୬ ଜଣ ସମ୍ପାଦକ ଓ ୨୮ ଜଣ ଯୁଗ୍ମ ସମ୍ପାଦକଙ୍କୁ ନିଯୁକ୍ତ କରାଯାଇଛି । ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ ୫ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ରାଜଶ୍ରୀ ମଲ୍ଲିକ, ମଂଜୁଲତା ମଣ୍ଡଳ, ରୀତା ତରାଇଙ୍କୁ ଦାୟିତ୍ୱ ଦିଆଯାଇଛି । ଲତିକା ପ୍ରଧାନ ଓ ନନ୍ଦିନୀ ଦେବୀଙ୍କୁ ମଧ୍ୟ ମିଳିଛି ଦାୟିତ୍ୱ । କାର୍ୟ୍ୟକାରୀ ସଭାପତି ଭାବେ ୩ଜଣଙ୍କୁ ନିଯୁକ୍ତି ମିଳିଛି । ସୁଭୁସିନୀ ଜେନା, ସୁଲତା ଦେଓ ଓ ନିବେଦିତା ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି । ସାଧାରଣ ସମ୍ପାଦିକା ଭାବେ କସ୍ତୁରୀ ମହାପାତ୍ରଙ୍କୁ ମିଳିଛି ଦାୟିତ୍ୱ । ୭ଜଣଙ୍କୁ ଜୋନ ସଭାପତି ଭାବେ ନିଯୁକ୍ତି ମିଳିଛି । ବରିଷ୍ଠ ଉପସଭାପତି ଭାବେ ୯ଜଣଙ୍କୁ ଦାୟିତ୍ୱ ଦିଆଯାଇଛି । ଉପସଭାପତି ଭାବେ ୨୭ଜଣଙ୍କୁ ମିଳିଛି ଦାୟିତ୍ୱ । ଜେନେରାଲ ସେକ୍ରେଟାରୀ ଭାବେ ୩୫ଜଣଙ୍କୁ ନିଯୁକ୍ତି । ସମ୍ପାଦିକା ଭାବେ ୩୬ଜଣଙ୍କୁ ଦିଆଯାଇଛି ନିଯୁକ୍ତି । ଯୁଗ୍ମ ସମ୍ପାଦିକା ଭାବେ ୨୮ଜଣଙ୍କୁ ନିଯୁକ୍ତି ଦିଆଯାଇଛି । କାର୍ୟ୍ୟନିର୍ବାହୀ ସଦସ୍ୟ ଭାବେ ୬୯ଜଣଙ୍କୁ ନିଯୁକ୍ତି ଦିଆଯାଇଛି ।
Powered by Froala Editor