ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ଉଦବେଗଜନକ: ଏହି ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ
ପୁରୀ:ପୁରୀ ଜିଲ୍ଲାରେ ବାର୍ଡ ଫ୍ଲୁ ସଂକ୍ରମଣ ସ୍ଥିତି ଉଦବେଗଜନକ ରହିଛି। ଏଥିପାଇଁ ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବା ପାଇଁ ପୁରୀ ପ୍ରଶାସନ କଟକଣା ଲଗାଇଛି। ପିପିଲି, ଡେଲାଙ୍ଗ, ନିମାପଡ଼ା ଓ ସତ୍ୟବାଦୀରେ଼ କୁକୁଡ଼ା ଚାଷ ବନ୍ଦ ରଖିବା ପାଇଁ କୁହାଯାଇଛି।
ଏଥିସହ ସଂକ୍ରମିତ ଅଞ୍ଚଳର ୧ କିମି ଭିତରେ କୁକୁଡ଼ା ଚାଷ ନ କରିବାକୁ କୁହାଯାଇଛି। ଏତ୍ବ୍ୟତିତ୧୦ କିମି ବ୍ୟାସାର୍ଦ୍ଧରେ କୁକୁଡ଼ା ବାହାରକୁ ପଠା ନ ଯିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କୁକୁଡା ଚାଷୀମାନେ ୧୫ ଦିନରେ ଥରେ କୁକୁଡ଼ା ନମୁନା ପରୀକ୍ଷା କରିବା ପାଇଁ କୁହାଯାଇଛି। ୩ ମାସ କୁକୁଡ଼ା ଚାଷ ବନ୍ଦ ରଖିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଥିବାରୁ ଫାର୍ମ ମାଲିକମାନେ ଚିନ୍ତାରେ ପଡ଼ି ଯାଇଛନ୍ତି।
Powered by Froala Editor