ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର: ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା କ୍ରମଃଶ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ୟ୍ୟନ୍ତ ୩ ଦିନ ଧରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା କେତେ ଜିଲ୍ଲାରେ ପ୍ରବଳ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
Powered by Froala Editor