ଆଜି ଏହି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା
ଭୁବନେଶ୍ୱର: ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ୩ ଜିଲ୍ଲା ସମେତ ଅନ୍ୟ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ, ଗଭୀର ଅବପାତ ଆଜି ପୂର୍ବାହ୍ନ ଯାଏଁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଦୁର୍ବଳ ହେବା ସହ ଅବପାତର ରୂପ ନେଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ଉପରୋକ୍ତ ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ମୟୂରଭଞ୍ଜ, ବରଗଡ଼, ସୋନପୁର, ଅନୁଗୋଳ, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
Powered by Froala Editor