ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲା: କ୍ରାଇମବ୍ରାଞ୍ଚର ଅପରାଧିକ ମାମଲା ରୁଜୁ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ୟାତନା ଓ ଦୁର୍ବ୍ୟବହାର ମାମଲାରେ ନିଲମ୍ବିତ ଆଇଆଇସି ଦିନକୃଷ୍ଣ ମିଶ୍ର ଓ ଅନ୍ୟ ୪ଜଣ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି। ମେଜରଙ୍କ ଲଖିତ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଏହି ମାମଲା ରୁଜୁ କରିଛି। କ୍ରାଇମବ୍ରାଞ୍ଚ କେସ୍ ନଂ ୧୧/୨୦୨୪ରେ ଅପରାଧିକ ମାମଲା ରୁଜୁ କରିଥିବା ଜଣାଯାଇଛି।
କିଛି ଦିନ ପୂର୍ବରୁ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ପୁଲିସ ଡିଜି ଡିଜି ୱାଇ.ବି. ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ପରେ କ୍ରାଇମବ୍ରାଞ୍ଚ ଭରତପୁର ଥାନାକୁ ଯାଇ ଖୋଳତାଡ଼ କରିବା ସହ ନିଲମ୍ବିତ ଆଇଆଇସି ଓ ୪ ପୁଲିସ କର୍ମଚାରୀଙ୍କୁ ଜେରା କରିଥିଲା। ଏବେ ନିଲମ୍ବିତ ଆଇଆଇସି ଓ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ ହୋଇଛି।
Powered by Froala Editor