ରୋଡ ରୋମିଓଙ୍କ ଉତ୍ପାତ ଭିଡ଼ିଓ ଭାଇରାଲ
ଭୁବନେଶ୍ୱର: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ୟାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ୟାତନା ଦେବା ଘଟଣା ପୂରା ଦେଶରେ ହଇଚଇ ସୃଷ୍ଟି କରିଥିବା ବେଳେ ଏବେ ସାମ୍ନାକୁ ଆସିଛି ରୋଡ ରୋମିଓଙ୍କ ଉତ୍ପାତ ବେଳର ଭିଡ଼ିଓ। ସେଦିନ ରାତିରେ ଚନ୍ଦକା ଥାନା ଅଞ୍ଚଳ ପଥରଗାଡିଆ ରାସ୍ତାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରୋଡ ରୋମିଓ ମାନେ କିଭଳି ବ୍ୟବହାର କରିଥିଲେ ତାହା ଏହି ଭିଡ଼ିଓରୁ ସ୍ପଷ୍ଟ ଜଣାପଡ଼ିଛି।
ମେଜର ଏବଂ ତାଙ୍କ ବାନ୍ଧବୀ ଥାନାକୁ ଆସିବା ପୂର୍ବରୁ କିଛି ରୋଡ୍ ରୋମିଓଙ୍କ ଆକ୍ରମଣର ଶିକାର ହେବାର ଦୃଶ୍ୟ ଭାଇରାଲ ହେଉଛି। ମୋବାଇଲରୁ ମୋବାଇଲକୁ ଘୂରି ବୁଲିଥିବା ଏହି ଭାଇରାଲ ଭିଡିଓରେ ଯୁବକ ଚନ୍ଦକା ଥାନା ଅନ୍ତର୍ଗତ ପଥରଗାଡ଼ିଆ ନିକଟରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ଗାଡ଼ିକୁ ଅଟକାଇ ସେମାନଙ୍କ ସହ ଯାହା କରିଥିଲେ, ସେ ଦୃଶ୍ୟ ରହିଛି। ଭିଡିଓରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ କିଛି ଯୁବକ ଘେରି ଯାଇଛନ୍ତି, ଉଭୟ ପକ୍ଷଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଛି କିଛି ସମୟ ପରେ ଯୁବକମାନେ ସେମାନଙ୍କୁ ଠେଲାପେଲା କରିବା ସହିତ ଧକ୍କା ଓ ଗୋଇଠା ମାରି ଆକ୍ରମଣ କରିଛନ୍ତି।
Powered by Froala Editor