ସୋମବାର ସୁଦ୍ଧା ଘୂର୍ଣ୍ଣିବଳୟ ରୂପ ନେବ ଲଘୁଚାପ
ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି।
ରବିବାର ଲାଗି ୧୭ ଜିଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୋମବାର ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଥିବା ପାଣିପାଗ ବିଭାଗ ସୂଚନା ମିଳିଛି।