Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ରାଜ୍ୟ
Home ›› ରାଜ୍ୟ ››ବନ୍ୟା କ୍ଷତିଗ୍ରସ୍ତଙ୍କ ବାସଗୃହ ମରାମତି ପାଇଁ ମିଳିବ ୧ଲକ୍ଷ ୨୦ହଜାର ଟଙ୍କା

ବନ୍ୟା କ୍ଷତିଗ୍ରସ୍ତଙ୍କ ବାସଗୃହ ମରାମତି ପାଇଁ ମିଳିବ ୧ଲକ୍ଷ ୨୦ହଜାର ଟଙ୍କା

2024-09-25 06:05:27
14262
Share:
Facebook
Twitter
E-Mail
WhatsApp
Telegram
ବନ୍ୟା କ୍ଷତିଗ୍ରସ୍ତଙ୍କ ବାସଗୃହ ମରାମତି ପାଇଁ ମିଳିବ ୧ଲକ୍ଷ ୨୦ହଜାର ଟଙ୍କା

ଭୁବନେଶ୍ୱର: ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ସରକାର ଆଜି ସହାୟତା ଘୋଷଣା କରିଛନ୍ତି । ମତ୍ସ୍ୟଜୀବୀ, ହସ୍ତଶିଳ୍ପୀଙ୍କ ସମେତ ଫସଲ ନଷ୍ଟ ଓ ମୃତ ଗୃହପାଳିତ ପଶୁଙ୍କ ପାଇଁ ଚାଷୀଙ୍କୁ କ୍ଷତିପୂରଣ ମିଳିବ । ଲଗାଣବର୍ଷା ଯୋଗୁ ଚଳିତମାସରେ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବନ୍ୟା କ୍ଷତିଗ୍ରସ୍ତଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ବାସଗୃହର ମରାମତି ପାଇଁ ୧ଲକ୍ଷ ୨୦ହଜାର ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ ପକ୍କାଘର ମରାମତି ପାଇଁ ୬୫୦୦ଟଙ୍କା, କଚ୍ଚାଘର ଆଂଶିକ ନଷ୍ଟ ପାଇଁ ୪ହଜାର ଟଙ୍କା, ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା କୁଡ଼ିଆ ଘର ପାଇଁ ୮ହଜାର ଟଙ୍କା ଓ ଗୁହାଳ ଘର ନଷ୍ଟ ପାଇଁ ୩ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ । ସେହିପରି ଘର ୨ଦିନ ଧରି ବନ୍ୟାଜଳରେ ବୁଡ଼ି ରହିଥିଲେ ଲୁଗାପଟା ପାଇଁ ୨୫୦୦ଟଙ୍କା, ବାସନକୁସନ ପାଇଁ ୨୫୦୦ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯିବ ।

କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଫସଲ କ୍ଷତି ପାଇଁ ଅଣସେଚିତ ଜମିରେ ହେକ୍ଟର ପିଛା ୮୫୦୦ଟଙ୍କା, ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭ହଜାର ଟଙ୍କା ଓ ସମସ୍ତ ପ୍ରକାରର ବାରମାସୀ ଫସଲ ଜମି ପାଇଁ ହେକ୍ଟର ପିଛା ୨୨୫୦୦ଟଙ୍କା ଆର୍ଥିକ ସହାୟତା  ପ୍ରଦାନ କରାଯିବ । ଏହି ସହାୟତା ସର୍ବାଧିକ ୨ହେକ୍ଟର ଜମି ପାଇଁ ଦିଆଯିବ ।

ସେହିପରି ଚାଷୀଙ୍କୁ ବାଲିଚର ସହାୟତା(ଯଦି ଚାଷଜମିରେ ୩ ଇଂଚରୁ ଅଧିକ ବାଲିଚର ହୋଇଥାଏ) ହେକ୍ଟର ପିଛା ୧୮ହଜାର ଟଙ୍କା, ସର୍ବନିମ୍ନ ୨୨୦୦ଟଙ୍କା, ମାଛ ପୋଖରୀର ମରାତି ଓ ପଙ୍କ ଉଦ୍ଧାର ପାଇଁ ହେକ୍ଟର ପିଛା ୧୮ହଜାର ଟଙ୍କା ଓ ସର୍ବନିମ୍ନ ୨୨୦୦ଟଙ୍କା ସମେତ ଯଦି ଚାଷ ଜମିର ଅନେକାଂଶ ଭୂସ୍ଖଳନ ଯୋଗୁ ନଦୀର ଗତିପଥ ପରିବର୍ତ୍ତନ ପାଇଁ କ୍ଷୟ ହୋଇଥାଏ ତା’ହେଲେ ହେକ୍ଟର ପିଛା ୪୭ହଜାର ଟଙ୍କା ଓ ସର୍ବନିମ୍ନ ୫ହଜାର ଟଙ୍କା ଆର୍ଥିକ ସହାୟତା ମଧ୍ୟ ମିଳିବ ।
ମତ୍ସ୍ୟଜୀବୀଙ୍କୁ ଆଂଶିକ କ୍ଷତିଗ୍ରସ୍ତ ଡଙ୍ଗା ପାଇଁ ୬ହଜାର ଟଙ୍କା, ଆଂଶିକ କ୍ଷତିଗ୍ରସ୍ତ ଜାଲ ପାଇଁ ୩ହଜାର ଟଙ୍କା, ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ଡଙ୍ଗା ପାଇଁ ୧୫ହଜାର ଟଙ୍କା, ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜାଲ ପାଇଁ ୪ହଜାର ଟଙ୍କା ଓ ମତ୍ସ୍ୟ ଯାଆଁଳ ଚାଷ ପାଇଁ ହେକ୍ଟର ପିଛା ୧୦ହଜାର ଟଙ୍କା ଆର୍ଥିକ ସହାୟତା ରାଶି ଘୋଷଣା କରାଯାଇଛି ।ମୃତ ଗୃହପାଳିତ ପଶୁଜନ୍ତୁ ଯଥା ମଇଁଷି, ଗାଈ ପିଛା ୩୭୫୦୦ଟଙ୍କା, ଛେଳି ଓ ମେଣ୍ଢା ପିଛା ୪ହଜାର ଟଙ୍କା, ବଳଦ ଓ ଘୋଡ଼ା ପିଛା ୩୨ହଜାର ଟଙ୍କା, ବାଛୁରୀ,ଗଧ ଓ ଖଚର ପିଛା ୨୦ହଜାର ଟଙ୍କା ଆର୍ଥିକ ସହାୟତା ଚାଷୀଙ୍କୁ ଦିଆଯିବ । ଏହି ସହାୟତା ରାଶି ଗୋଟିଏ ପରିବାରର ୩ଟି ବଡ଼ ଦୁଗ୍ଧ ପ୍ରଦାନକାରୀ ପଶୁ ବା ୩୦ଟି ଦୁଗ୍ଧ ପ୍ରଦାନକାରୀ ଛୋଟ ପଶୁ କିମ୍ବା ୩ଟି ବୃହତ୍ ଭାରବାହୀ ପଶୁ ବା ୬ଟି ଭାରବାହୀ ଛୋଟ ପଶୁଙ୍କ ପର୍ୟ୍ୟନ୍ତ ସୀମିତ ରହିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।ସେହିପରି ହସ୍ତଶିଳ୍ପ ଓ ହସ୍ତତନ୍ତ କାରିଗରମାନଙ୍କୁ ଯନ୍ତ୍ରାଂଶ ନଷ୍ଟ ଓ ପ୍ରତିସ୍ଥାପନ ପାଇଁ ଗ୍ରାମୀଣ କାରିଗର ପିଛା ୫ହଜାର ଟଙ୍କା ଓ ବିଭିନ୍ନ ଆନୁସଙ୍ଗିକ ଦ୍ରବ୍ୟ ପାଇଁ କାରିଗର ପିଛା ୫ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗତ ୧୮ତାରିଖରେ ଆକାଶ ମାର୍ଗରୁ ବାଲେଶ୍ୱର ବନ୍ୟା ପ୍ରଭାବିତ ଅଂଚଳ ଅନୁଧ୍ୟାନ କରିଥିଲେ ।

Powered by Froala Editor

Tags Cm

Related articles Odisha News Lens 4.1

  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15029
    Oct 19, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15349
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14214
    Oct 18, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15709
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14559
    Oct 20, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15211
    Oct 20, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15426
    Oct 20, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14181
    Oct 18, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15188
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14181
    Oct 18, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15349
    Oct 19, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15029
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17198
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17893
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17840
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18265
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14605
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15396
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14738
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14834
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15835
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14628
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13993
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15112
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15821
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15188
    Oct 20, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14181
    Oct 18, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14155
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In